ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ଦିନ ସୁନା-ରୁପା ମୂଲ୍ୟ (Gold-Silver Rate) ରେ ହ୍ରାସ ଘଟିଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟ ମଧ୍ୟ ଖସିଛି । ଯାହାର ପ୍ରଭାବ ଘରୋଇ ବଜାରରେ ଦେଖିବାକୁ ମିଳିଛି । ଆଜି(ଗୁରୁବାର) ଦେଶରେ ସୁନା ଦରରେ ହ୍ରାସ ଘଟିଛି । ଆଜି ୧୦ ଗ୍ରାମ ସୁନା ଦର (Gold Price) ରେ ୨୦୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ (Gold Price) ୫୦,୩୪୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୫୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୩୪୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୫୪୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଆଜି ରୁପା ଦରରେ ୧,୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୨୦୦ ଟଙ୍କା ଥିଲା ।


ଅଧିକ ପଢ଼ନ୍ତୁ:-ଏହି କାରଣରୁ ବିହାରରେ ମଜଭୁତ ହେଉଛି କଂଗ୍ରେସ, ଜାଣନ୍ତୁ କ’ଣ ରହିଛି ରାଜନୈତିକ ସମୀକରଣ


ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ମଧ୍ୟ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ୪୩୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୨୦୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୬୩୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୯୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୭୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୧୬୦ ଟଙ୍କା ରହିଥିଲା ।


ଅଧିକ ପଢ଼ନ୍ତୁ:-ବିହାର ବିଧାନସଭା ନିର୍ବାଚନ: ମହାମେଣ୍ଟରେ ହୋଇସାରିଛି ଆସନ ବୁଝାମଣା ! ଜାଣନ୍ତୁ କାହାକୁ କେତେ ମିଳିଛି ଆସନ


ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର (Silver Rate) ରେ ହ୍ରାସ ରେକର୍ଡ କରାଯାଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧,୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୬୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୨୦୦ ଟଙ୍କା ଥିଲା ।