କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha725441

କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଆଜି ରୁପା ଦରରେ ୨,୩୧୦ ଟଙ୍କା ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୬,୫୧୦ ଟଙ୍କା ଥିଲା ।

କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ସୁନା-ରୁପା ଦର(Gold-Silver Rate) ଖସିଛି । ବିଗତ କିଛି ଦିନ ଧରି ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିବାରେ ଲାଗିଥିଲା । ଆଜି(ଅଗଷ୍ଟ ୭) ଅର୍ଥାତ ଶନିବାର ଦେଶରେ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୫,୨୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୫,୫୦୦ ଟଙ୍କା ଥିଲା । ସେହିପରି ଦେଶରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୫୦ ଟଙ୍କା ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ଦର ୫୪,୨୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୪,୫୦୦ ଟଙ୍କା ଥିଲା ।

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଆଜି ରୁପା ଦରରେ ୨,୩୧୦ ଟଙ୍କା ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୬,୫୧୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୪୪୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୮,୬୯୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୯,୧୩୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୪୦୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୪,୨୦୦ ଟଙ୍କା ରହିଥିଲା ।

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର ଖସିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨,୩୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୨୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୫୧୦ ଟଙ୍କା ଥିଲା ।