• ଏପ୍ରିଲ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ଓଡ଼ିଶାରେ କୋରୋନା ପିକ୍‌ରେ ରହିପାରେ
  • ଅକ୍ସିଜେନ୍, ବେଡ, ICU ଯଥେଷ୍ଟ ପରିମାଣର ରହିଛି
  • ରାଜ୍ୟରେ କୋଭିଡ ସ୍ଥିତି ନେଇ DMET ସି.ବି.କେ. ମହାନ୍ତିଙ୍କ ସୂଚନା
  • ଓଡ଼ିଶାରେ ମାଟ୍ରିକ ପରୀକ୍ଷା ବାତିଲ
  • ମହାମାରୀ ଭିତରେ ମାଟ୍ରିକ ପରୀକ୍ଷା ବାତିଲ କଲେ ମନ୍ତ୍ରୀ ସମୀର ଦାସ।
  • ମୂଲ୍ୟାଙ୍କନ ନେଇ ଖୁବ୍‌ଶୀଘ୍ର ନିଷ୍ପତ୍ତି ନେବ ବୋର୍ଡ: ରାମାଶିଷ ହାଜରା
  • କଟକରେ କୁମ୍ଭମେଳା ଫେରନ୍ତା ଆଉ ୧୩ ପଜିଟିଭ ଚିହ୍ନଟ
  • ଆଜିଠୁ ବ୍ରହ୍ମପୁରରେ ଘରକୁ ଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ
  • ସମ୍ବଲପୁର ବିଶ୍ଵ ବିଦ୍ୟାଳୟ ୫ ଦିନ ପାଇଁ ବନ୍ଦ
  • ବିଶ୍ବବିଦ୍ୟାଳୟର ବିଭିନ୍ନ ବିଭାଗରେ କରୋନା ଚିହ୍ନଟ ହେବା ପରେ ନିଷ୍ପତ୍ତି

ଆହୁରି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୩୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୨୦୦ ଟଙ୍କାରେ ପହଞ୍ଚିଛି ।

ଆହୁରି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ  ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୧୮୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି (ଗୁରୁବାର) ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୭୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୬,୭୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୫,୭୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୫,୭୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ବିଜେପି ଜାଲରେ ଫସିଲେ ଚିରାଗ! ବିଧାନ ପରିଷଦରେ ଦଳର ଅସ୍ତିତ୍ୱ ଶେଷ

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୩୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୫୧୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୨୦ ଟଙ୍କା ରହିଛି । ଯାହା ଗତକାଲି ୭,୦୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପୁଣି ଡରାଇଲାଣି କୋରୋନା: ଦେଶରେ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ଏତିକି ମାମଲା...

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦରରେ ହ୍ରାସ ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୧୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୩୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୩୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୩,୭୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-୨୦୨୦-୨୧ରେ ଏପ୍ରିଲରୁ ନଭେମ୍ବର ମଧ୍ୟରେ ଭାରତ ବିଦେଶରୁ ଯେତିକି ସାମଗ୍ରୀ କିଣିଛି, ସେଥିରେ ୧୮ ପ୍ରତିଶତ ଚାଇନାରୁ ଆସିଛି

ଅନ୍ୟପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ବୁଧବାର ରାଜଧାନୀରେ ରୁପା ମୂଲ୍ୟରେ ୫,୧୯୦ ଟଙ୍କାର ହ୍ରାସ ଘଟି ଥଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୪,୪୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୫୧୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୫୦୦ ଟଙ୍କା ରହିଛି । ଯାହା ଗତକାଲି ୭,୦୫୧ ଟଙ୍କା ଥିଲା ।