ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ ଆଜି କ`ଣ ରହିଛି ରେଟ୍
ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୩୧୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୮୦୦ ଟଙ୍କାରେ ପହଞ୍ଚିଛି ।
ନୂଆଦିଲ୍ଲୀ: ଆଜି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୨୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି (ଶୁକ୍ରବାର) ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୭୪୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୬,୭୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୫,୭୪୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୫,୭୫୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-LIC ର ଏହି ପଲିସିରେ ପ୍ରତିଦିନ ୨୮ ଟଙ୍କା ନିବେଶ କରି ପାଇପାରିବେ ୨୬ ଲକ୍ଷ ଟଙ୍କା, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ଲାନ୍...
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୩୧୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୮୦ ଟଙ୍କା ରହିଛି । ଯାହା ଗତକାଲି ୭,୦୨୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ମହଙ୍ଗା ମାଡ଼ ମଧ୍ୟରେ ଏହି LPG ସିଲିଣ୍ଡର ହେଲା ଶସ୍ତା, ଜାଣନ୍ତୁ କେତେ ହ୍ରାସ ପାଇଛି ମୂଲ୍ୟ
ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦରରେ ହ୍ରାସ ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୩୮୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଆଜି ଅର୍ଥାତ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୭୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୭,୩୫୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୨୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୩,୪୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ମାତ୍ର ୧୦୦ ଟଙ୍କାର ଲଟେରୀ ଟିକେଟରେ ରାତାରାତି କୋଟିପତି ହେଲେ ଜଣେ ଗୃହିଣୀ
ସେହିପରି ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗୁରୁବାର ରାଜଧାନୀରେ ରୁପା ମୂଲ୍ୟରେ ୪,୪୯୦ ଟଙ୍କାର ବୃଦ୍ଧି ଘଟି ଥଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୧,୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୩୦ ଟଙ୍କା ରହିଛି । ଯାହା ଗତକାଲି ୭,୫୦୦ ଟଙ୍କା ଥିଲା ।