ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କାରେ ପହଞ୍ଚିଛି ।

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୧୨୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି (ଗୁରୁବାର) ଦେଶରେ ୨୪  କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୩୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୪୩୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୪୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୪୩୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୪୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-'ଡିଜିଜ୍ X' ହେବ ପରବର୍ତ୍ତୀ ବିନାଶକାରୀ ମହାମାରୀ?

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୦୦ ଟଙ୍କା ରହିଛି । ଯାହା ଗତକାଲି ୬,୬୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଭାରତରେ ଟିକାକରଣ ଆରମ୍ଭ ହେବା ପୂର୍ବରୁ ଚେତାବନୀ ଜାରି କଲା WHO, କହିଲା-ପୂର୍ବ ଅପେକ୍ଷା ଅଧିକ କଠିନ ହୋଇପାରେ...  

ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୨୦୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-କେବଳ ୩୦ ମିନିଟରେ ଆପଣଙ୍କ ଘରେ ପହଞ୍ଚିବ ଗ୍ୟାସ ସିଲିଣ୍ଡର, ଫେବୃଆରୀ ୧ରୁ ଆରମ୍ଭ ହେଉଛି ଏହି ସୁବିଧା!

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୩୦ ଟଙ୍କା ରହିଛି । ଯାହା ଗତକାଲି ୭,୦୭୦ ଟଙ୍କା ଥିଲା ।