Gold-Silver Price: ଆଜି ଭୁବନେଶ୍ୱରରେ ରୁପା (Silver Price) ମୂଲ୍ୟରେ ବୃଦ୍ଧି ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କାରେ ପହଞ୍ଚିଛି ।
Trending Photos
Gold-Silver Price: ଆଜି (ଶନିବାର) ଅର୍ଥାତ ନଭେମ୍ୱର ୧୯ରେ ଦେଶରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଦେଖାଦେଇଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ଆଜି ବଜାର ବନ୍ଦ ରହିଛି । ସେହି କାରଣରୁ ମୂଲ୍ୟବାନ ଧାତୁର ମୂଲ୍ୟ ଅପରିବର୍ତ୍ତତ ରହିଛି । ଆଜି ଘରୋଇ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଦେଶରେ ଗତକାଲି ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୦୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୩,୧୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୭୫୦ ଟଙ୍କା ଥିଲା ।
ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ଦରରେ ୮୦୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୧୨୦ ଟଙ୍କା ଥିଲା ।
ସେହିପରି ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦର ସ୍ଥିର ରହିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୦୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟ ୫୩,୧୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୭୫୦ ଟଙ୍କା ଥିଲା ।
ଅନ୍ୟପଟେ ଆଜି ଭୁବନେଶ୍ୱରରେ ରୁପା (Silver Price) ମୂଲ୍ୟରେ ବୃଦ୍ଧି ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୫୦ ଟଙ୍କା ରହିଛି । ଯାହା ଗତକାଲି ୬,୭୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ମର୍ଯ୍ୟାଦାର ସମସ୍ତ ସୀମା ଲଙ୍ଘିଲେ ଏହି କ୍ରିକେଟର, ରଣଭୀର ସିଂଙ୍କ ପରି ନଗ୍ନ ସେଲ୍ଫି ପୋଷ୍ଟ କରି ସୃଷ୍ଟି କଲେ ହଇଚଇ
ଅଧିକ ପଢ଼ନ୍ତୁ:-ରୋହିତ ଶର୍ମାଙ୍କ ଯିବ ଅଧିନାୟକତ୍ୱ! ଜାଣନ୍ତୁ କାହାକୁ ମିଳିପାରେ ଟିମ୍ ଇଣ୍ଡିଆର କମାଣ
ଅଧିକ ପଢ଼ନ୍ତୁ:-ରୋହିତ ଶର୍ମାଙ୍କୁ କାହିଁକି ଛାଡ଼ିଦେବା ଉଚିତ୍ ଭାରତର ଟି-20 ଅଧିନାୟକତ୍ୱ? ଏ ହେଉଛି ୩ଟି ବଡ଼ କାରଣ
ଗହଣା ବଜାରର ଗଣିତକୁ ବୁଝନ୍ତୁ
ସୁନା-ରୁପାର ଯେଉଁ ଦାମ କୁହାଯାଇଛି, ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।