ପାର୍ବଣ ଋତୁରେ ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ପାର୍ବଣ ଋତୁରେ ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବାବେଳେ ଆଜି ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୫,୪୦୦ ଟଙ୍କାରେ ପହଞ୍ଚିଛି ।

ପାର୍ବଣ ଋତୁରେ ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଭାରତୀୟ ସର୍ରାଫା ବଜାରରେ ଆଜି (ମଙ୍ଗଳବାର) ଅର୍ଥାତ ସେପ୍ଟେମ୍ୱର ୨୭ରେ ସୁନା ଓ ରୁପାର ଦାମ୍ ଜାରି କରିଦେଇଛି । ଆଜି ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଏପରି ପରିସ୍ଥିତିରେ ଆପଣ ପାର୍ବଣ ଋତୁରେ କମ୍ ମୂଲ୍ୟରେ ସୁନା କିଣିପାରିବେ । ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନା ମୂଲ୍ୟରେ ବଡ଼ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶରେ ଘରୋଇ ବଜାରରେ ଦେଖିବାକୁ ମିଳିଛି । 

ଦେଶରେ ଗତକାଲି (ସୋମବାର) ସୁନା ମୂଲ୍ୟ ସ୍ଥିର ରହିଥିଲା । ଅନ୍ୟପକ୍ଷେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୦,୨୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୫,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୬,୦୦୦ ଟଙ୍କା ଥିଲା । 
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବାବେଳେ ଆଜି ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୫,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୬,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୫,୫୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫,୬୩୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ମୂଲ୍ୟ (Gold Price) ରେ ହ୍ରାସ ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦର ସ୍ଥିର ରହିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୨୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୬,୦୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରାଜସ୍ଥାନ ସଙ୍କଟ: ଗାନ୍ଧୀ ପରିବାରର ଦୁଇ ବିଶ୍ୱସ୍ତ, ନିର୍ବାହ କରୁଛନ୍ତି ଅଲଗା ଅଲଗା ଦାୟିତ୍ୱ, ଜଣେ ଯୋଡୁଛନ୍ତି, ଅନ୍ୟ ଜଣେ...ଜାଣନ୍ତୁ କିପରି

ଅଧିକ ପଢ଼ନ୍ତୁ:-ବର୍ତ୍ତମାନ ବିନା ଇଣ୍ଟରନେଟ ଓ ପିନରେ ପଠାଇପାରିବେ ଟଙ୍କା, ଜାଣନ୍ତୁ ସଂପୂର୍ଣ୍ଣ ପ୍ରକ୍ରିୟା

ଅଧିକ ପଢ଼ନ୍ତୁ:-ଯାତ୍ରୀଙ୍କ ପାଇଁ ଖୁସି ଖବର! ପାର୍ବଣ ଋତୁରେ ଟ୍ରେନରେ କରନ୍ତୁ ମାଗଣାରେ ଯାତ୍ରା, ରେଲୱେ ଦେଉଛି ଏହି ଖାସ୍ ସୁବିଧା

 

ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ରେକର୍ଡ ହ୍ରାସ ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୫୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୫,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୫,୫୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୦୭୦ ଟଙ୍କା ଥିଲା ।

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।