ରାଜଧାନୀରେ ପୁଣି କମିଲା ସୁନା-ରୁପା ମୂଲ୍ୟ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍
Advertisement

ରାଜଧାନୀରେ ପୁଣି କମିଲା ସୁନା-ରୁପା ମୂଲ୍ୟ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୧,୦୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୧,୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୯୦୦ ଟଙ୍କାରେ ପହଞ୍ଚିଛି । 

ରାଜଧାନୀରେ ପୁଣି କମିଲା ସୁନା-ରୁପା ମୂଲ୍ୟ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ମଙ୍ଗଳବାର ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ସମାନ ପରିସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୬୨୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୩,୯୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୪୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୩,୬୨୦ ଟଙ୍କାରେ ପହଞ୍ଚିଛି । ସେହିପରି ସୋମବାର ଏହାର ମୂଲ୍ୟ ୪୨,୯୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଜାଣନ୍ତୁ ନୂତନ ଶ୍ରମ ଆଇନରୁ କେଉଁ କର୍ମଚାରୀଙ୍କୁ ହେବ ସବୁଠାରୁ ଅଧିକ ଲାଭ, କାହା ଉପରେ ବଢ଼ିବ ଟ୍ୟାକ୍ସର ଭାର

ଅନ୍ୟପଟେ ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୧,୦୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୧,୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୩୯୦ ଟଙ୍କା ରହିଛି । ଯାହା ସୋମବାର ୬,୫୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପୁଣି ନିୟନ୍ତ୍ରଣ ବାହାରେ କୋରୋନା: ଏହି ୮ଟି ରାଜ୍ୟର ସ୍ଥିତି ଅତ୍ୟନ୍ତ ଚିନ୍ତାଜନକ, ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ଏତିକି ମାମଲା...

ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୩୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୫,୪୯୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୧,୩୫୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୪୧,୭୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଯଦି ଆପଣଙ୍କ ପାଖରେ ଅଛି ଗାଡ଼ି ତ ଧ୍ୟାନ ଦିଅନ୍ତୁ; ଗ୍ରୀନ୍ ଟ୍ୟାକ୍ସ ଲାଗୁ କରିବାକୁ ଯାଉଛନ୍ତି ସରକାର, ଜାଣନ୍ତୁ କେତେ କରିବାକୁ ପଡିବ ଜମା

ସେପଟେ ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ମଙ୍ଗଳବାର ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୫୦ ଟଙ୍କା ରହିଛି । ଯାହା ସୋମବାର ୬,୯୩୦ ଟଙ୍କା ଥିଲା ।