ଆହୁରି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement

ଆହୁରି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଆଜି ରୁପା ମୂଲ୍ୟରେ ୧,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୫୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୫୦୦ ଟଙ୍କା ଥିଲା । 

ଆହୁରି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନରେ ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି ।  ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୧୫୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି (ସୋମବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୧୦୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୧,୦୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୯୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୦,୦୫୦ ଟଙ୍କା ଥିଲା ।

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଆଜି ରୁପା ମୂଲ୍ୟରେ ୧,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୫୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୫୦୦ ଟଙ୍କା ଥିଲା । 

ଅଧିକ ପଢ଼ନ୍ତୁ:-ମଧ୍ୟପ୍ରଦେଶ ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା, ବିଜେପିରେ ସାମିଲ ହେଲେ ଆଉ ଜଣେ ବିଧାୟକ

ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ରବିବାର ଭୁବନେଶ୍ୱରରେ ସୁନା ଦରରେ ୨୪୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୪୧୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୫୧୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୯୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୨୨୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ଟୀକାକୁ ନେଇ ବହୁତ ବଡ଼ ଖୁସି ଖବର ଦେଲା ଅକ୍ସଫୋର୍ଡ

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ରେ ହ୍ରାସ ଘଟିଛି । ଆଜି ରୁପା ମୂଲ୍ୟରେ ୧,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୫୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୫୦୦ ଟଙ୍କା ଥିଲା ।