)
ନୂଆଦିଲ୍ଲୀ: ମଙ୍ଗଳବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୧୨୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୪,୮୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୩,୦୦୦ ଟଙ୍କାରେ ପହଞ୍ଚିଛି । ସେହିପରି ସୋମବାର ଏହାର ମୂଲ୍ୟ ୪୩,୮୦୦ ଟଙ୍କା ଥିଲା ।
ସେହିପରି ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୦୦ ଟଙ୍କା ରହିଛି । ଯାହା ରବିବାର ୬,୬୬୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ରେଳ କର୍ମଚାରୀଙ୍କ ପାଇଁ ଖୁସି ଖବର
ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୧,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୪୨,୦୫୦ ଟଙ୍କା ଥିଲା ।
ସେପଟେ ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ୧,୮୦୦ ଟଙ୍କାର ହ୍ରାସ ଘଟି ଥଲା । ଅନ୍ୟପକ୍ଷେ ମଙ୍ଗଳବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୪୦ ଟଙ୍କା ରହିଛି । ଯାହା ରବିବାର ୭,୦୦୦ ଟଙ୍କା ଥିଲା ।