ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ ଆଜିର ରେଟ୍
Advertisement

ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୭୦୦  ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୭୮୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୪୨୦ ଟଙ୍କାରେ ପହଞ୍ଚିଛି । 

ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଶୁକ୍ରବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ସ୍ତରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୪୭୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଶୁକ୍ରବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୭୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୪୩୦ ଟଙ୍କାରେ ପହଞ୍ଚିଛି । ଯାହା ପରେ ଗତକାଲି ଏହାର ମୂଲ୍ୟ ୪୪,୯୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୭୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୩,୪୩୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୩,୯୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରେଲୱେ ଦେଲା ଆଉ ଏକ ଖୁସି ଖବର: ଘୋଷଣା କଲା ଅନେକ ସ୍ୱତନ୍ତ୍ର ଟ୍ରେନ୍, ଦେଖନ୍ତୁ ପୁରା ଲିଷ୍ଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୭୦୦  ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୭୮୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୪୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୪୨ ଟଙ୍କା ରହିଛି । ଯାହା ଗତକାଲି ୬,୬୨୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଆସିଯାଇଛି ମାର୍ଚ୍ଚ ପାଇଁ LPG ସିଲିଣ୍ଡରର ନୂଆ ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦରରେ ହ୍ରାସ ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୭୦୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୨୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୫,୬୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୧,୪୫୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୪୧,୮୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ମାର୍ଚ୍ଚ ୧ରୁ ବଦଳିଯିବ ବ୍ୟାଙ୍କିଂ ଓ LPG ସିଲିଣ୍ଡର ସହ ଜଡ଼ିତ ଏହି ନିୟମ, ଦେଶର କୋଟି କୋଟି ଲୋକ ହେବେ ପ୍ରଭାବିତ!

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗୁରୁବାର ରାଜଧାନୀରେ ରୁପା ମୂଲ୍ୟରେ ୨,୪୦୦ ଟଙ୍କାର ହ୍ରାସ ଘଟି ଥଲା । ସେହିପରି ଆଜି ରୁପା ମୂଲ୍ୟରେ ୫,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୪୦ ଟଙ୍କା ରହିଛି । ଯାହା ଗତକାଲି ୭,୦୪୦ ଟଙ୍କା ଥିଲା ।