ଆଜି ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦରରେ ବଡ଼ ଧରଣର ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ଆଜି ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦରରେ ବଡ଼ ଧରଣର ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୧୧୦୦ ଟଙ୍କାର ବୃଦ୍ଧି ଘଟିଛି । 

ଆଜି ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦରରେ ବଡ଼ ଧରଣର ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ମଙ୍ଗଳବାର) ଅର୍ଥାତ ଜୁଲାଇ ୫ରେ ସୁନା ଓ ରୁପା ମୂଲ୍ୟ (Gold Silver Price)ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ଗତକାଲି (ସୋମବାର) ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୪୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୩୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୦୦୦ ଟଙ୍କା ଥିଲା ।

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୧୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୮,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୭,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୫,୮୯୦ ଟଙ୍କା ରହିଛି । ଯାହା ଗତକାଲି ୫,୭୮୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ବଢ଼ିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୧୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୦୦୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଦ୍ରୌପଦୀ ର୍ମୁର୍ମୁ ନା ଯଶୱନ୍ତ ସିହ୍ନା, କାହାକୁ ସମର୍ଥନ କରିବ JMM; ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କଲେ ଟ୍ୱିଟ୍

ଏହା ବି ପଢ଼ନ୍ତୁ:-ସମର୍ଥନ ପାଇଁ ବିହାର ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ, ନୀତିଶ କୁମାର ଦେଲେ ଏହି ବଡ଼ ବୟାନ

ଏହା ବି ପଢ଼ନ୍ତୁ:-ରାସନ ବାଣ୍ଟିବାରେ ଟପରେ ଓଡ଼ିଶା, ଜାଣନ୍ତୁ ୟୁପି ଓ ଗୁଜୁରାଟ ପରି ବିଜେପି ଶାସିତ ରାଜ୍ୟର ସ୍ଥିତି; ଦେଖନ୍ତୁ ପୁରା ତାଲିକା

 

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ମଧ୍ୟ ବୃଦ୍ଧି ଘଟିଛି ।  ଗତକାଲି ରାଜଧାନୀରେ ରୁପା ମୂଲ୍ୟ ସ୍ଥିର ରହିଥିଲା । ସେପଟେ ଆଜି ରୁପା ମୂଲ୍ୟରେ ୧୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୮,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୭,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୫,୮୯୦ ଟଙ୍କା ରହିଛି । ଯାହା ଗତକାଲି ୫,୭୮୦ ଟଙ୍କା ଥିଲା ।