ରୁପା ଦରରେ ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍
Advertisement

ରୁପା ଦରରେ ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍

ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଶନିବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ରବିବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୦୦ ଟଙ୍କାରେ ପହଞ୍ଚିଛି ।

ରୁପା ଦରରେ ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: ରବିବାର ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟି ଥିବା ବେଳେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଅନ୍ୟପଟେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଦେଶରେ ଶନିବାର ସୁନା ମୂଲ୍ୟରେ ୧୪୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୧୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୫,୭୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୭୧୦ ଟଙ୍କାରେ ପହଞ୍ଚିଛି । ସେହିପରି ଶନିବାର ଏହାର ମୂଲ୍ୟ ୪୪,୭୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ବଡ଼ ଖବର: ଏପରି ଲୋକଙ୍କ ଠାରୁ ଫେରାଇ ନିଆଯିବ 'ପିଏମ କିସାନ ନିଧି ଯୋଜନା'ର ଟଙ୍କା!

ଅନ୍ୟପକ୍ଷେ ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଶନିବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ରବିବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୯୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୬,୭୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରାତିରେ କ୍ଷୀର ସହିତ ଖାଆନ୍ତୁ କେବଳ ୨ଟି ଅଳେଇଚ, ମିଳିବ ଆଶ୍ଚର୍ଯ୍ୟଜନକ ଲାଭ

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୩୬୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୩୫୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୪୧୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୪୩,୪୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ମାମଲା ବଢ଼ିବା ପରେ ରେଲୱେ ନେଲା ଏହି ବଡ଼ ନିଷ୍ପତ୍ତି

ସେପଟେ ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପକ୍ଷେ ରବିବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୧୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୭୦ ଟଙ୍କା ରହିଛି । ଯାହା ଶନିବାର ୭,୧୬୦ ଟଙ୍କା ଥିଲା ।