ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍
Advertisement

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଗୁରୁବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୬୦୦ ଟଙ୍କାରେ ପହଞ୍ଚିଛି । 

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ଗୁରୁବାର ସୁନା ମୂଲ୍ୟ (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୨୫୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଗୁରୁବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୩୭୦ ଟଙ୍କା ରହିଛି । ଯାହା ବୁଧବାର ଏହାର ମୂଲ୍ୟ ୪୪,୩୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ୧୦ ଗ୍ରାମ ସୁନା ଦର ୪୩,୩୭୦ ଟଙ୍କା ରହିଛି । ସେହିପରି ବୁଧବାର ଏହାର ମୂଲ୍ୟ ୪୩,୩୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସଞ୍ଚୟ ଉପରେ ରିହାତି: ୨୪ ଘଣ୍ଟା ମଧ୍ୟରେ ସୁଧ ହାର ହ୍ରାସ କରିବାର ନିଷ୍ପତ୍ତି ଫେରାଇ ନେଲେ ମୋଦି ସରକାର, ଅର୍ଥ ମନ୍ତ୍ରୀ କହିଲେ- ଭୁଲରେ ଜାରି ହୋଇଯାଇଥିଲା ଆଦେଶ

ସେପଟେ ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଗୁରୁବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୩୬୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୬,୩୨୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନାର ପ୍ରକୋପ: ଏହି ଦେଶରେ ୪ ସପ୍ତାହ ପାଇଁ ଲାଗିଲା ଲକଡାଉନ, ସ୍କୁଲ ବି ରହିବ ବନ୍ଦ

ଗୁରୁବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୭୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୪୪୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୪୪,୮୪୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୧,୬୫୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ୪୧,୧୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଯଦି ଆପଣ ଟ୍ରେନରେ ଯାତ୍ରା କରିବା ସମୟରେ କରିବେ ଏହି ଭୁଲ ତ ଆପଣଙ୍କୁ ୩ ବର୍ଷ ଯାଏ ହେବ ଜେଲ, ରେଲୱେ ଦେଲା ଚେତାବନୀ

ସେହିପରି ଗୁରୁବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ବୁଧବାର ରାଜଧାନୀରେ ରୁପା ମୂଲ୍ୟରେ ୧୨୦୦ ଟଙ୍କାର ହ୍ରାସ ଘଟି ଥଲା । ଅନ୍ୟପଟେ ଗୁରୁବାର ରୁପା ମୂଲ୍ୟରେ ୧,୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୭୦ ଟଙ୍କା ରହିଛି । ଯାହା ବୁଧବାର ୬,୭୩୦ ଟଙ୍କା ଥିଲା ।