ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍
Advertisement

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ଶୁକ୍ରବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଶୁକ୍ରବାର ରୁପା ମୂଲ୍ୟରେ ୧,୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୦୦୦ ଟଙ୍କାରେ ପହଞ୍ଚିଛି ।

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ଶୁକ୍ରବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ  ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଶୁକ୍ରବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ  ୫୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୪,୩୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୩୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୩,୯୦୦ ଟଙ୍କାର ପହଞ୍ଚିଛି । ସେହିପରି ଗୁରୁବାର ଏହାର ମୂଲ୍ୟ ୪୩,୩୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ପରେ ଏହି ରହସ୍ୟମୟ ରୋଗ ଯୋଗୁଁ ଖେଳିଯାଇଛି ଆତଙ୍କ, କାନାଡାରେ ୫ ଜଣଙ୍କର ମୃତ୍ୟୁ

ସେହିପରି ଶୁକ୍ରବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଶୁକ୍ରବାର ରୁପା ମୂଲ୍ୟରେ ୧,୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୦୦ ଟଙ୍କା ରହିଛି । ଯାହା ଗୁରୁବାର ୬,୩୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ମାମଲାରେ ପ୍ରତିଦିନ ଭାଙ୍ଗୁଛି ରେକର୍ଡ! ଏପ୍ରିଲରେ ହିଁ ଗତ ବର୍ଷ ପରି ସ୍ଥିତି, ଦେଶରେ ଗୋଟିଏ ଦିନରେ ସାମ୍ନାକୁ ଆସିଲା ଏତିକି ମାମଲା...

ଶୁକ୍ରବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୬୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟରେ ୬୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୪୫,୪୪୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୨,୨୫୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୪୧,୬୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଖୁସି ଖବର!

ସେହିପରି ଶୁକ୍ରବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ରାଜଧାନୀରେ ରୁପା ମୂଲ୍ୟରେ ୧,୪୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଶୁକ୍ରବାର ରୁପା ମୂଲ୍ୟରେ ୧,୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୦୦ ଟଙ୍କା ରହିଛି । ଯାହା ଗୁରୁବାର ୬,୮୭୦ ଟଙ୍କା ଥିଲା ।