ରାଜଧାନୀରେ ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି, ଜାଣି ନିଅନ୍ତୁ କ`ଣ ରହିଛି ସୁନା ରେଟ୍
ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ସୋମବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୦୦୦ ଟଙ୍କାରେ ପହଞ୍ଚିଛି ।
ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ସୋମବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୭,୫୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୭୦୦ ଟଙ୍କାରେ ପହଞ୍ଚିଛି । ସେପଟେ ରବିବାର ଏହାର ମୂଲ୍ୟ ୪୬,୫୯୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଏବେ ପଞ୍ଜାବ କଂଗ୍ରେସରେ ବିଦ୍ରୋହ, ଦିଲ୍ଲୀ ପହଞ୍ଚିଲେ ୨୫ ବିଧାୟକ
ସେହିପରି ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ସୋମବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୭,୧୬୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଆମେରିକା ରାଷ୍ଟ୍ରପତିଙ୍କ ଦ୍ଵାରା ସମ୍ମାନିତ ହେଲେ ସମ୍ବଲପୁରର ଝିଅ
ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୦୭୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୬୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୪୫,୮୧୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଏହି ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୪ ପ୍ରତିଶତ ବଢ଼ିଲା ପେନସନ୍
ସୋମବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟରେ ୪୬୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ସୋମବାର ରୁପା ମୂଲ୍ୟରେ ୫୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୮୦ ଟଙ୍କା ରହିଛି । ଯାହା ରବିବାର ୭,୧୬୦ ଟଙ୍କା ଥିଲା ।