ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଥିଲା । ସୋମବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ମଙ୍ଗଳବାର ରୂପା ମୂଲ୍ୟରେ ୧,୦୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୨୦୦ ଟଙ୍କାରେ ପହଞ୍ଚିଛି ।
Trending Photos
ନୂଆଦିଲ୍ଲୀ: ମଙ୍ଗଳବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୧୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୫୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୯୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୩୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୮୯୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୬,୩୫୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ରିହାତି, ସାମ୍ନାକୁ ଆସିଲା ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା
ସେହିପରି ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଥିଲା । ସୋମବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ମଙ୍ଗଳବାର ରୂପା ମୂଲ୍ୟରେ ୧,୦୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୨୦ ଟଙ୍କା ରହିଛି । ଯାହା ଗତକାଲି ୬,୯୨୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଏହି ମାସରେ ମିଳିବ ମହଙ୍ଗା ଭତ୍ତା! କେନ୍ଦ୍ର କର୍ମଚାରୀଙ୍କ ବଢ଼ିବ ଦରମା
ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପକ୍ଷେ ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୬୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୭୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୭୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୬୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୪,୦୬୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଆନାକୋଣ୍ଡା-ଶେଷନାଗ ପରେ ରେଲୱେ ଚଳାଇଲା ଦୀର୍ଘତମ ଟ୍ରେନ୍ ବାସୁକି, ଜାଣନ୍ତୁ ଏହାର ବିଶେଷତା
ସେହିପରି ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ମଙ୍ଗଳବାର ରୂପା ମୂଲ୍ୟରେ ୨,୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୫୨୦ ଟଙ୍କା ରହିଛି । ଯାହା ଗତକାଲି ୭,୩୧୦ ଟଙ୍କା ଥିଲା ।