ଲଗାତର ତୃତୀୟ ଦିନରେ ବି ସୁନା ମୂଲ୍ୟରେ ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha843487

ଲଗାତର ତୃତୀୟ ଦିନରେ ବି ସୁନା ମୂଲ୍ୟରେ ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍

ଶନିବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଶୁକ୍ରବାର ଦେଶରେ ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଶନିବାର ରୂପା ମୂଲ୍ୟରେ ୧,୪୦୦ ଟଙ୍କାର ବୃଦ୍ଧି ଘଟିଛି । 

ଲଗାତର ତୃତୀୟ ଦିନରେ ବି ସୁନା ମୂଲ୍ୟରେ ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଲଗାତର ତୃତୀୟ ଦିନ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶୁକ୍ରବାର ସୁନା ମୂଲ୍ୟରେ ୨୨୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଶନିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୨୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୭୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୩୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୧୭୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୬,୩୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଏହି ଯୋଜନାରେ ମାଗଣାରେ ମିଳିବ LPG କନେକ୍ସନ ଓ ୧୬୦୦ ଟଙ୍କା, ଜାଣନ୍ତୁ କିପରି ଉଠାଇବେ ଫାଇଦା

ସେହିପରି ଶନିବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଶୁକ୍ରବାର ଦେଶରେ ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଶନିବାର ରୂପା ମୂଲ୍ୟରେ ୧,୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୭୦ ଟଙ୍କା ରହିଛି । ଯାହା ଗତକାଲି ୬,୭୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଶୁକ୍ରବାର ଭୁବନେଶ୍ୱରରେ ସୁନା ଦରରେ ୬୫୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଶନିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୩୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୦୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୩,୭୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରାଜସ୍ଥାନରେ ଆଜି ଶକ୍ତି ପ୍ରଦର୍ଶନ କରିବେ ସଚିନ

ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଶୁକ୍ରବାର ରାଜଧାନୀରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ରୂପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୪୦ ଟଙ୍କା ରହିଛି । ଯାହା ଗତକାଲି ୭,୨୬୦ ଟଙ୍କା ଥିଲା ।