ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Advertisement

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ରେକର୍ଡ କରାଯାଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ଆଜି ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୦୦ ଟଙ୍କାରେ ପହଞ୍ଚିଛି ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ:  ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୩୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି (ଶୁକ୍ରବାର) ଦେଶରେ ୨୪  କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୨୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୪୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୪୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୪୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୪୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ମୁକେଶ ଅମ୍ବାନୀଙ୍କୁ ହିଁ କୋଟି କୋଟି ଟଙ୍କାର ଚୂନା ଲଗାଇଲେ ଏହି ବ୍ୟକ୍ତି

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ରେକର୍ଡ କରାଯାଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ଆଜି ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୬୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଆଉ ଏକ ଗୁଡ୍ ନ୍ୟୁଜ୍ ଦେଲା ରେଲୱେ! ଉପକୃତ ହେବେ ହଜାର ହଜାର ଯାତ୍ରୀ

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୫୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୨୪ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୫,୭୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଗାଦି ଛାଡିବା ପୂର୍ବରୁ ଚୀନକୁ ଆଉ ଏକ ବଡ଼ ଝଟକା ଦେଲେ ଟ୍ରମ୍ପ

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବି ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୦୩୦ ଟଙ୍କା ଥିଲା ।