ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Advertisement

ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୂପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୮୦୦ ଟଙ୍କାରେ ପହଞ୍ଚିଛି ।

ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ଦିନ ମଧ୍ୟ ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୬୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି (ମଙ୍ଗଳବାର) ଦେଶରେ ୨୪  କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୪୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୮,୯୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୦୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୭,୯୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରେଲୱେ ପୁଣି ଦେଲା ଗୁଡ୍ ନ୍ୟୁଜ୍! ଆରମ୍ଭ ହେବାକୁ ଯାଉଛି ଆହୁରି ଅନେକ ସ୍ୱତନ୍ତ୍ର ଟ୍ରେନ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୂପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୮୦ ଟଙ୍କା ରହିଛି । ଯାହା ଗତକାଲି ୬,୫୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ଭୂତାଣୁକୁ ନେଇ ବଡ଼ ଖୁଲାସା କଲା WHO

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୯,୬୪୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୬୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୫,୫୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ବାଇଡେନଙ୍କ ଟିମର ଏହି ପାକିସ୍ତାନୀ ଅଧିକାରୀ ବଢ଼ାଇବେ ଭାରତର ସମସ୍ୟା!

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୫,୦୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ରୁପା ମୂଲ୍ୟରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୦୦୦ ଟଙ୍କା ଥିଲା ।