ସୁନା-ରୁପା ମୂଲ୍ୟ ଅପରିବର୍ତ୍ତିତ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍
Advertisement

ସୁନା-ରୁପା ମୂଲ୍ୟ ଅପରିବର୍ତ୍ତିତ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ରବିବାର ଦେଶରେ ରୁପା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟି ନ ଥିବାବେଳେ ସୋମବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । 

ସୁନା-ରୁପା ମୂଲ୍ୟ ଅପରିବର୍ତ୍ତିତ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା-ରୁପା ମୂଲ୍ୟ (Gold-Siver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ସୋମବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୧୦ ଟଙ୍କା ରହିଛି । ଯାହା ରବିବାର ଏହାର ମୂଲ୍ୟ ୪୫,୯୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ୧୦ ଗ୍ରାମ ସୁନା ଦର ୪୪,୯୧୦ ଟଙ୍କା ରହିଛି । ସେହିପରି ରବିବାର ଏହାର ମୂଲ୍ୟ ୪୪,୯୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦେଶରେ କୋରୋନା ଟେଷ୍ଟିଂ ହ୍ରାସ: ଦିନକରେ ୩.୨୯ ଲକ୍ଷ ମାମଲା ଚିହ୍ନଟ, ୩୮୭୯ ସଂକ୍ରମିତଙ୍କ ମୃତ୍ୟୁ

ସେହିପରି ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ରବିବାର ଦେଶରେ ରୁପା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟି ନ ଥିବାବେଳେ ସୋମବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୫୦୦ ଟଙ୍କା ରହିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୫୦ ଟଙ୍କା ରହିଛି । ଯାହା ରବିବାର ୭,୧୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଗୁଡ୍ ନ୍ୟୁଜ୍! ରେଲୱେ ଘୋଷଣା କଲା ୪୦ଟି ସ୍ୱତନ୍ତ୍ର ଟ୍ରେନ୍, ଦେଖନ୍ତୁ ପୁରା ଲିଷ୍ଟ୍

ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୫୨୦ ବୃଦ୍ଧି ଘଟିଥିଲା । ଅନ୍ୟପଟେ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୫୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୬୭୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୬୧୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୪୪,୬୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ମେ'ରେ ଆଉ ୭ ଦିନ ବନ୍ଦ ରହିବ ବ୍ୟାଙ୍କ, କୋରୋନା କାଳରେ ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ଏହି ଲିଷ୍ଟ୍

ସେପଟେ ସୋମବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ସୋମବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୫୦ ଟଙ୍କା ରହିଛି । ଯାହା ଶନିବାର ୭,୬୧୦ ଟଙ୍କା ଥିଲା ।