ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୪୦୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୯୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୪୦୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଲଗାତର ତୃତୀୟ ଦିନ ସୁନା-ରୁପା ମୂଲ୍ୟ (Gold-Silver Rate) ରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୫୦ ଟଙ୍କା ବୃଦ୍ଧି ଘଟିଥିଲା । ସେହିପରି ଆଜି ଅର୍ଥାତ ଶନିବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୪୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୪୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୫୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୫୪୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୫୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ବିହାର ନିର୍ବାଚନରେ ବିଜେପିଠୁ 'ପ୍ରତିଶୋଧ' ନେବେ ଉଦ୍ଧବ-ପାୱାର ?
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୪୦୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୯୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୪୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଚୀନକୁ ମିଳିବ ଉଚିତ ଶିକ୍ଷା, ଭାରତ ସୀମାରେ ପରମାଣୁ କ୍ଷେପଣାସ୍ତ୍ର ସହ ସଜ୍ଜିତ ୨ଟି ଅସ୍ତ୍ର ପଠାଇଲା ଆମେରିକା
ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ଶୁକ୍ରବାର ଭୁବନେଶ୍ୱରରେ ସୁନା ଦରରେ ୪୬୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୨୪୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୮୨୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୯୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୮୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୪୨୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-ଶୀତରେ ୪ ଗୁଣ ଅଧିକ ଶକ୍ତିଶାଳୀ ହେବ କୋରୋନା ଭୂତାଣୁ, କୋଭିଡ ବିଶେଷଜ୍ଞ ପ୍ୟାନେଲର ଚେତାବନୀ
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୪୦୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୯୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୪୦୦ ଟଙ୍କା ଥିଲା ।