ରାଜଧାନୀରେ ଖସିଲା ରୁପା ମୂଲ୍ୟ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍
Advertisement

ରାଜଧାନୀରେ ଖସିଲା ରୁପା ମୂଲ୍ୟ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍

ମଙ୍ଗଳବାର ସୁନା ମୂଲ୍ୟ (Gold Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ଘଟି ନଥିଲା । ସ

ରାଜଧାନୀରେ ଖସିଲା ରୁପା ମୂଲ୍ୟ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: ମଙ୍ଗଳବାର ସୁନା ମୂଲ୍ୟ (Gold Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ଘଟି ନଥିଲା । ସେହିପରି ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୧୦ ଟଙ୍କା ରହିଛି । ଯାହା ସୋମବାର ଏହାର ମୂଲ୍ୟ ୪୫,୯୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ୧୦ ଗ୍ରାମ ସୁନା ଦର ୪୪,୯୧୦ ଟଙ୍କା ରହିଛି । ସେହିପରି ସୋମବାର ଏହାର ମୂଲ୍ୟ ୪୪,୯୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପୁଣି ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ଅନ୍ୟପଟେ ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନ ଥିବାବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୬୦ ଟଙ୍କା ରହିଛି । ଯାହା ରବିବାର ୭,୧୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ସୁନାମିରେ ଭାଙ୍ଗିଲା ସମସ୍ତ ରେକର୍ଡ, ଦେଶରେ ପ୍ରଥମ ଥର ପାଇଁ ଦିନକରେ ୪୨୦୫ ସଂକ୍ରମିତଙ୍କ ମୃତ୍ୟୁ

ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୫୧୦ ହ୍ରାସ ଘଟିଥିଲା । ଅନ୍ୟପଟେ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୭୭୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୮,୬୭୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୭୭୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୪୪,୭୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ହିମନ୍ତ ବିଶ୍ୱ ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ କରି ବିଜେପି ଆସାମରୁ ସିନ୍ଧିଆଙ୍କୁ ଦେଲା ଏହି ବାର୍ତ୍ତା

ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ଅନ୍ୟପଟେ ମଙ୍ଗଳବାର ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୦୦ ଟଙ୍କା ରହିଛି । ଯାହା ସୋମବାର ୭,୬୫୦ ଟଙ୍କା ଥିଲା ।