ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୮୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୮୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୨,୯୧୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟିଥିଲା । ସେହିପରି ଆଜି ଅର୍ଥାତ ସୋମବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୨୭୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୮୨୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୫୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୮୨୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୫୫୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ବିହାର ନିର୍ବାଚନରେ ବିଜେପିଠୁ 'ପ୍ରତିଶୋଧ' ନେବେ ଉଦ୍ଧବ-ପାୱାର ?
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୮୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୮୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୨,୯୧୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-କୋରୋନାରେ ଅବିବାହିତ ଲୋକଙ୍କ ମୃତ୍ୟୁ ହେବାର ଆଶଙ୍କା ଅଧିକ !
ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ରବିବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୩୧୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୨୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୮୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୮୨୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-ଶୀତରେ ୪ ଗୁଣ ଅଧିକ ଶକ୍ତିଶାଳୀ ହେବ କୋରୋନା ଭୂତାଣୁ, କୋଭିଡ ବିଶେଷଜ୍ଞ ପ୍ୟାନେଲର ଚେତାବନୀ
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୮୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୮୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୨,୯୧୦ ଟଙ୍କା ଥିଲା ।