• ବଦଳିଲେ BMC କମିସନର ପ୍ରେମଚନ୍ଦ୍ର ଚୌଧୁରୀ
  • ୧୯୯୭ ବ୍ୟାଚ୍ IAS ସଞ୍ଜୟ କୁମାର ସିଂ ହେଲେ BMC କମିଶନର
  • ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ଦାୟିତ୍ବ
  • BMC ପକ୍ଷରୁ ଆରମ୍ଭ ହେଲା ଡ୍ରାଇଭ ଇନ୍ ଟେଷ୍ଟିଂ
  • ଦେଶରେ ଦୈନିକ ସଂକ୍ରମଣ ୩ ଲକ୍ଷ ୪୮ ହଜାର ୪୨୧
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୪୨୦୫ ଜଣଙ୍କ ଜୀବନ
  • ରାଜ୍ୟରେ ଆଜି ୧୭ ଜଣଙ୍କ ମୁଣ୍ଡ ନେଲା କୋରୋନା
  • ରାଜ୍ୟରେ ଆଜି ୧୦ ହଜାର ୯୮୨ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଆଜିଠୁ ତେଲଙ୍ଗାନାରେ ୧୦ ଦିନିଆ ଲକ୍‌ଡାଉନ୍
  • ସାଧୁସନ୍ଥ, ଭିକାରୀ, କଏଦୀ ଓ ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ହେବ ଟିକାକରଣ

ସୁନା-ରୁପା ଦରରେ ସାମାନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୯୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ବୁଧବାର ରୁପା ମୂଲ୍ୟରେ ୧୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କାରେ ପହଞ୍ଚିଛି ।

ସୁନା-ରୁପା ଦରରେ ସାମାନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ବୁଧବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ବୁଧବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୫୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୫,୭୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୮୫୦ ଟଙ୍କାରେ ପହଞ୍ଚିଛି । ସେହିପରି ମଙ୍ଗଳବାର ଏହାର ମୂଲ୍ୟ ୪୪,୭୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ବେତନରେ ହେବ ବମ୍ପର ବୃଦ୍ଧି, ୧୧ ପ୍ରତିଶତରୁ ଅଧିକ ମିଳିବ ମହଙ୍ଗା ଭତ୍ତା!

ସେହିପରି ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୯୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ବୁଧବାର ରୁପା ମୂଲ୍ୟରେ ୧୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୬୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୬,୬୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ଭୂତାଣୁକୁ ନେଇ ଆଉ ଏକ କଡ଼ା ଚେତାବନୀ ଜାରି କଲା WHO

ବୁଧବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୬୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୪୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୮୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୩୫୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୪୩,୪୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଏହି ୪ଟି କାରଣରୁ ଭାରତରେ ତିନି ଗୁଣ ବଢ଼ିଛି କୋରୋନା ସଂକ୍ରମଣ, ସୁସ୍ଥ ହୋଇଥିବା ଲୋକଙ୍କୁ ପୁଣିଥରେ ସଂକ୍ରମିତ ହେବାର ଭୟ

ଅନ୍ୟପକ୍ଷେ ବୁଧବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟି ନାହିଁ । ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନ ଥିଲା । ସେହିପରି ବୁଧବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୯୦୦ ଟଙ୍କା ରହିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୯୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୭,୧୯୦ ଟଙ୍କା ଥିଲା ।