ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha747505

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୯୦୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁର ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଆଜି ଅର୍ଥାତ ସୋମବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୪୫୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୪୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୯୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୪୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ମୁକାବିଲାରେ ସାରା ଦୁନିଆ ପାଇଁ ଉଦାହରଣ ପାଲଟିଲା ପାକିସ୍ତାନ, ଭୁରି ଭୁରି ପ୍ରଶଂସା କଲା WHO

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୯୦୦ ଟଙ୍କା ଥିଲା ।

ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୮୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୫୩୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୩୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୬୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୯୧୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-କୋରୋନାକୁ ନେଇ ସତ ଲୁଚାଉଛି ଭାରତ !

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର (Silver Rate) ରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୯୦୦ ଟଙ୍କା ଥିଲା ।