ରାଜଧାନୀରେ ପୁଣି ଖସିଲା ସୁନା ଦର, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍
Advertisement

ରାଜଧାନୀରେ ପୁଣି ଖସିଲା ସୁନା ଦର, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍

ଗୁରୁବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୧,୩୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଗୁରୁବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କାରେ ପହଞ୍ଚିଛି ।

ରାଜଧାନୀରେ ପୁଣି ଖସିଲା ସୁନା ଦର, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: ଗୁରୁବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଗୁରୁବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୬୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଏହାର ମୂଲ୍ୟ ୪୫,୮୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୮୬୦ ଟଙ୍କାରେ ପହଞ୍ଚିଛି । ସେହିପରି ବୁଧବାର ଏହାର ମୂଲ୍ୟ ୪୪,୮୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଚାକିରି ଛାଡିବା ପରେ ନିଜେ କରନ୍ତୁ ଏହି କାମ, ନଚେତ୍ ଅଟକି ଯିବ ଆପଣଙ୍କ PF ଟଙ୍କା

ସେହିପରି ଗୁରୁବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୧,୩୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଗୁରୁବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୬୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ୬,୭୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ବେତନରେ ହେବ ବମ୍ପର ବୃଦ୍ଧି, ୧୧ ପ୍ରତିଶତରୁ ଅଧିକ ମିଳିବ ମହଙ୍ଗା ଭତ୍ତା!

ଗୁରୁବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୪୩୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୬୭୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ୪୩,୮୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ଭୂତାଣୁକୁ ନେଇ ଆଉ ଏକ କଡ଼ା ଚେତାବନୀ ଜାରି କଲା WHO

ଅନ୍ୟପକ୍ଷେ ଗୁରୁବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟି ନାହିଁ । ବୁଧବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନ ଥିଲା । ସେହିପରି ଗୁରୁବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୯୦୦ ଟଙ୍କା ରହିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୯୦ ଟଙ୍କା ରହିଛି । ଯାହା ବୁଧବାର ୭,୧୯୦ ଟଙ୍କା ଥିଲା ।