• ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
  • IPL 2020: ଆଜି ଆରସିବି - ମୁମ୍ବାଇ ମୁହାଁମୁହିଁ
  • କଟକଣା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା ଓ ନାମଲେଖା
  • ବିଜୁ ଯୁବ ଜନତା ଦଳର ଜେନେରାଲ ସେକ୍ରେଟାରୀ ଭାବେ ନିଯୁକ୍ତି ପାଇଥିବା କଳ୍ପତରୁ ଓଝାଙ୍କୁ ନିଲମ୍ବିତ କଲେ ସଭାପତି ନବୀନ ପଟ୍ଟନାୟକ ।
  • କଟକରେ ଭାଙ୍ଗିଲା ରେଳବାଇ କ୍ରସିଂ ଆଙ୍ଗେଲ୍‌, ୧୬ ନମ୍ବର ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ।
  • ଆଠଗଡ଼ରେ ଥିବା ସିମେଣ୍ଟ କାରଖାନାରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ
  • ବିଧାନସଭା ଆରମ୍ଭ ହେବା ପୂର୍ବରୁ ବିଜେଡ଼ି ବିଧାୟକ ଦଳ ବୈଠକ
  • ହାଇକୋର୍ଟରେ ଯାଜପୁର ବିରଜା ମନ୍ଦିର ରଥଯାତ୍ରା ମାମଲା । ଜିଲ୍ଲାପାଳ ଓ ଏସପିଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ । ଅକ୍ଟୋବର ୮କୁ ଘୁଞ୍ଚିଲା ଶୁଣାଣୀ ।
  • ଉଲ୍ଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କ ନିୟମିତ ଜାମିନ ଖାରଜ ।
  • ୩ ମାସ ପାଇଁ ଅନ୍ତରୀଣ ଜାମିନ ମଞ୍ଜୁର, ୧ ଅକ୍ଟେବରରୁ ୩ ମାସ ଅନ୍ତରୀଣ ଜାମିନରେ ଦୀପକ ।

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୮,୩୦୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ଅନ୍ୟପକ୍ଷେ ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁର ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଆଜି ଅର୍ଥାତ ମଙ୍ଗଳବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୫୫୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୪୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୯୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୫୦,୪୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୯୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନାରୁ ରକ୍ଷା ପାଇବା ପାଇଁ ବିଜେପି ସାଂସଦ କେତେବେଳେ କରିଥିଲେ କାଦୁଅ ସ୍ନାନ ତ କେତେବେଳେ ନିଆଁ ମଧ୍ୟରେ ଧ୍ୟାନ, ଏବେ ହୋଇଛନ୍ତି ସଂକ୍ରମିତ

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୮,୩୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଶୁକ୍ର ଗ୍ରହରେ ମିଳିଲା ଜୀବନ !

ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୦୨୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୫୩୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୦୭୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ଏହି ୬ଟି ସରକାରୀ କମ୍ପାନୀକୁ ବନ୍ଦ କରୁଛନ୍ତି ମୋଦି ସରକାର

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର (Silver Rate) ରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୮,୩୦୦ ଟଙ୍କା ଥିଲା ।