ରାଜଧାନୀରେ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍
Advertisement

ରାଜଧାନୀରେ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍

ଶୁକ୍ରବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଶୁକ୍ରବାର ରୁପା ମୂଲ୍ୟରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୫୦୦ ଟଙ୍କାରେ ପହଞ୍ଚିଛି ।

ରାଜଧାନୀରେ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: ଶୁକ୍ରବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଶୁକ୍ରବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୫,୮୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୯୫୦ ଟଙ୍କାରେ ପହଞ୍ଚିଛି । ସେହିପରି ଗୁରୁବାର ଏହାର ମୂଲ୍ୟ ୪୪,୮୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନାର ନୂତନ ଷ୍ଟ୍ରେନ୍ ଆଖିକୁ କରୁଛି ଖରାପ, ଶ୍ରବଣ ଶକ୍ତିକୁ ମଧ୍ୟ କରୁଛି ପ୍ରଭାବିତ

ସେହିପରି ଶୁକ୍ରବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଶୁକ୍ରବାର ରୁପା ମୂଲ୍ୟରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୫୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୬,୭୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କର୍ମଚାରୀଙ୍କୁ ୧୨ ଘଣ୍ଟା କରିବାକୁ ପଡିବ କାମ, ହ୍ରାସ ପାଇବ ଦରମା କିନ୍ତୁ ବଢ଼ିବ PF? ମୋଦି ସରକାର ବଦଳାଇବେ କି ନିୟମ

ଶୁକ୍ରବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୬୭୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୪୩,୭୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନାର ସବୁଠାରୁ ବଡ଼ ଆଟାକ୍: ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ, ପ୍ରାୟ ୧୨ ଶହ ସଂକ୍ରମିତଙ୍କ ମୃତ୍ୟୁ

ଅନ୍ୟପକ୍ଷେ ଶୁକ୍ରବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗୁରୁବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନ ଥିଲା । ସେପଟେ ଶୁକ୍ରବାର ରୁପା ମୂଲ୍ୟରେ ୩,୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୫୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୭,୧୯୦ ଟଙ୍କା ଥିଲା ।