Advertisement
Article Detail0/zeeodisha/odisha770438
Zee OdishaOdisha National-Internationalପୁଣି ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ପୁଣି ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୭୫୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୫୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ଥିଲା । 

ପୁଣି ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଲଗାତର ଦୁଇ ଦିନ ସୁନା-ରୁପା ଦର (Gold-Silver Price) ଖସିବା ପରେ ଆଜି ଉଭୟ ସୁନା-ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ  କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୨୮୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି (ବୁଧବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୪୮୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୧୨୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୬୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୮୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୫୦,୧୨୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୬୪୦ ଟଙ୍କା ଥିଲା ।

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୭୫୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୫୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ଥିଲା । 

ଅଧିକ ପଢ଼ନ୍ତୁ:-ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି, ୩୦ ଲକ୍ଷ କେନ୍ଦ୍ର କର୍ମଚାରୀଙ୍କୁ ମିଳିବ ବୋନସ୍

Add Zee News as a Preferred Source

ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦରରେ ୭୮୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୮୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୩୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୦୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୭୦୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ବିହାରରେ ତେଜସ୍ୱୀ ଯାଦବଙ୍କ ନିର୍ବାଚନୀ ସଭାରେ ଅସମ୍ଭାଳ ଭିଡ଼, ଦେଖନ୍ତୁ ଫଟୋ

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି ।  ଗତକାଲି ରୁପା ମୂଲ୍ୟରେ ୭୫୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୫୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ଥିଲା । 

About the Author