Advertisement
Article Detail0/zeeodisha/odisha776926
Zee OdishaOdisha National-Internationalସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୨୧୦ ଟଙ୍କାର ହ୍ରାସ ଘଟିଥିବା ବେଳେ ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୨୧୦ ଟଙ୍କା ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି (ଶନିବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୬୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୮୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୯୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୮୯୦ ଟଙ୍କା ଥିଲା ।

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୨୧୦ ଟଙ୍କାର ହ୍ରାସ ଘଟିଥିବା ବେଳେ ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୦୨୦ ଟଙ୍କା ଥିଲା । 

ଅଧିକ ପଢ଼ନ୍ତୁ:-ତାଣ୍ଡବ କରୁଛି କୋରୋନାର ଦ୍ୱିତୀୟ ତରଙ୍ଗ, ଭୟଙ୍କର ଚେତାବନୀ ଜାରି କଲା WHO

Add Zee News as a Preferred Source

ସେହିପରି ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ବି ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ଶୁକ୍ରବାର ଭୁବନେଶ୍ୱରରେ ସୁନା ଦରରେ ୩୪୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୮୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୯୩୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୬୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୬୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୩୪୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-'ତୁର୍କୀର ଆତଙ୍କବାଦୀଙ୍କ ସହାୟତାରେ ଯୁଦ୍ଧ ଲଢୁଛି ଆର୍ମେନିଆ'

ସେପଟେ ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ମଧ୍ୟ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୩୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୫୨୦ ଟଙ୍କା ଥିଲା । 

About the Author