Advertisement
Article Detail0/zeeodisha/odisha760953
Zee OdishaOdisha National-Internationalସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ସୁନା-ରୁପା ମୂଲ୍ୟ (Gold-Silver Price) ରେ ଆଜି ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି  । ଦେଶରେ ଗତକାଲି ସୁନା ମୂଲ୍ୟରେ ୪୩୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ମଙ୍ଗଳବାର ଦେଶରେ ୧୦ ଗ୍ରାମ

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ସୁନା-ରୁପା ମୂଲ୍ୟ (Gold-Silver Price) ରେ ଆଜି ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି  । ଦେଶରେ ଗତକାଲି ସୁନା ମୂଲ୍ୟରେ ୪୩୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ମଙ୍ଗଳବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୪୪୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୨୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୯୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୪୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୪୨୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୯୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୫୧୦ ଟଙ୍କା ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୦,୭୦୦ ଟଙ୍କା ଥିଲା ।

Add Zee News as a Preferred Source

ଅଧିକ ପଢ଼ନ୍ତୁ:-ଆର୍ମେନିଆ-ଆଜେରବାଇଜାନ ଯୁଦ୍ଧରେ କାହାକୁ ସମର୍ଥନ କରିବ ଭାରତ ? କାଶ୍ମୀର ପ୍ରସଙ୍ଗ ଉପରେ ପଡ଼ିବ ଗୁରୁତର ପ୍ରଭାବ !

ସେହିପରି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ସୋମବାର ଭୁବନେଶ୍ୱରରେ ସୁନା ଦରରେ ୫୩୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୭୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୮୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୮୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୩୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୪୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୦୨୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-କୋରୋନାକୁ ନେଇ ବହୁତ ବଡ଼ ଖବର ଦେଲା WHO

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୫୧୦ ଟଙ୍କା ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୦,୭୦୦ ଟଙ୍କା ଥିଲା ।

About the Author