ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି ।
Trending Photos
)
ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ଦିନ ସୁନା-ରୁପା ମୂଲ୍ୟ (Gold-Silver Rate) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୫୦ ଟଙ୍କା ବୃଦ୍ଧି ଘଟିଥିଲା । ସେହିପରି ଆଜି ଅର୍ଥାତ ଶୁକ୍ରବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୪୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୫୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୪୫୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୮୦୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୪୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୦୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଆଜେରବାଇଜାନ-ଆର୍ମେନିଆ ଯୁଦ୍ଧ ବେଳେ କେଉଁ ପରିସ୍ଥିତିରେ ଅଛନ୍ତି ସେଠାକାର ଭାରତୀୟମାନେ ?
ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୫୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୮୨୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୬୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୨୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୪୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୦୦୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-ଶୀତରେ ୪ ଗୁଣ ଅଧିକ ଶକ୍ତିଶାଳୀ ହେବ କୋରୋନା ଭୂତାଣୁ, କୋଭିଡ ବିଶେଷଜ୍ଞ ପ୍ୟାନେଲର ଚେତାବନୀ
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୮୦୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୪୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୦୦୦ ଟଙ୍କା ଥିଲା ।