)
ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୬୮୦ ଟଙ୍କାରେ ପହଞ୍ଚିଛି । ଯାହା ପରେ ଗତକାଲି ଏହାର ମୂଲ୍ୟ ୪୪,୫୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୬୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୩,୬୮୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୩,୫୨୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୫୦ ଟଙ୍କା ରହିଛି । ଯାହା ଗତକାଲି ୬,୫୭୦ ଟଙ୍କା ଥିଲା ।
ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦରରେ ବୃଦ୍ଧି ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେହିପରି ଆଜି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୫,୫୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୨,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୪୧,୭୧୦ ଟଙ୍କା ଥିଲା ।
ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନ ଥଲା । ସେହିପରି ଆଜି ରୁପା ମୂଲ୍ୟରେ ୯୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୦୦ ଟଙ୍କା ରହିଛି । ଯାହା ଗତକାଲି ୭,୦୧୦ ଟଙ୍କା ଥିଲା ।