Advertisement
Article Detail0/zeeodisha/odisha689582

ରେକର୍ଡ ସ୍ତରକୁ ଛୁଇଁଲା ସୁନା-ରୁପା ମୂଲ୍ୟ

ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୪୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୦,୧୫୦ ଟଙ୍କା ରହିଛି । ଯାହା ଗତକାଲି ୫୦,୧୧୦ ଟଙ୍କା ଥିଲା । 

ରେକର୍ଡ ସ୍ତରକୁ ଛୁଇଁଲା ସୁନା-ରୁପା ମୂଲ୍ୟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କୋରୋନା ସଙ୍କଟ ଜାରି ରହିଛି । ଏହା ପ୍ରଭାବକୁ ରୋକିବା ପାଇଁ ଅଧିକାଂଶ ଦେଶରେ ଲକଡାଉନ୍ କରାଯାଇଛି । ଭାରତରେ ମଧ୍ୟ ୨ ମାସରୁ ଅଧିକ ସମୟ ଧରି ଲକଡାଉନ୍ ଜାରି ରହିଛି । ବର୍ତ୍ତମାନ ଲକଡାଉନକୁ ହଟାଇବା ପାଇଁ ମୋଦି ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି । ଏହି ସମୟରେ ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁର ଦୋକାନ ମଧ୍ୟ ଖୋଲାଯାଉଛି ।  ଆଜି(ସୋମବାର) ମୂଲ୍ୟବାନ ଧାତୁରେ ରେକର୍ଡ ବୃଦ୍ଧି ହୋଇଛି । ଆଜି ଉଭୟ ସୁନା-ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୬୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୦୭୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ  ୪୭,୦୧୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୪୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୦,୧୫୦ ଟଙ୍କା ରହିଛି । ଯାହା ଗତକାଲି ୫୦,୧୧୦ ଟଙ୍କା ଥିଲା । 

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୬୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୨୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୬୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୧୧ କ୍ୟାରେଟ ସୁନା ମୂଲ୍ୟରେ ମଧ୍ୟ ୩୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୧୨୦ ଟଙ୍କା ରହିଛି । ଯାହା ଗତକାଲି ୪୫,୦୯୦ ଟଙ୍କା ରହିଥିଲା । 

Add Zee News as a Preferred Source

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୪୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୦,୧୫୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୦,୧୧୦ ଟଙ୍କା ଥିଲା । 

About the Author