Advertisement
Article Detail0/zeeodisha/odisha699383
Zee OdishaOdisha National-Internationalସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୬୭୦ ଟଙ୍କା ରହିଛି । ଯାହା ଗତକାଲି ୪୮,୬୬୦ ଟଙ୍କା ଥିଲା ।

ଡିଜାଇନ୍ ଫଟୋ
ଡିଜାଇନ୍ ଫଟୋ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ରବିବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୬୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୮୫୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୬୭୦ ଟଙ୍କା ରହିଛି । ଯାହା ଗତକାଲି ୪୮,୬୬୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ସାମାନ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୨୮୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୨୭୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୦୯୦ ଟଙ୍କା ରହିଛି । ଯାହା ଗତକାଲି ୪୬,୦୮୦ ଟଙ୍କା ରହିଥିଲା । 

Add Zee News as a Preferred Source

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୬୭୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୬୬୦ ଟଙ୍କା ଥିଲା । 

About the Author