ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୩୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୮୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୬୭୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ସୋମବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୨୬୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୬୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୮୬୦ ଟଙ୍କା ଥିଲା ।
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୩୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୮୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୬୭୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ସାମାନ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୮୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୨୮୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୨୯୦ ଟଙ୍କା ରହିଛି । ଯାହା ଗତକାଲି ୪୬,୦୯୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୩୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୮୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୬୭୦ ଟଙ୍କା ଥିଲା ।