ଭୁବନେଶ୍ୱରରେ ୫୬ ହଜାର ଟପିଲା ସୁନା ମୂଲ୍ୟ

ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୧୧୦ ଟଙ୍କା ବଢିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୫,୦୦୦ ଟଙ୍କା ଥିଲା ।

ଭୁବନେଶ୍ୱରରେ ୫୬ ହଜାର ଟପିଲା ସୁନା ମୂଲ୍ୟ

ନୂଆଦିଲ୍ଲୀ: ସାରା ବିଶ୍ୱ ସମେତ ଭାରତରେ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ-ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଶନିବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି ।  ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୬୦୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୫୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୨,୯୦୦ ଟଙ୍କା ଥିଲା । 

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୧୧୦ ଟଙ୍କା ବଢିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୫,୦୦୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ଦରରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୬୭୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୪୯୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୫,୮୨୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୫୩୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୭୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୧,୨୫୦ ଟଙ୍କା ରହିଥିଲା ।

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୧୧୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୦୦୦ ଟଙ୍କା ଥିଲା ।