ନୂଆଦିଲ୍ଲୀ: ସମଗ୍ର ବିଶ୍ୱ ସମେତ ଭାରତରେ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ-ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି ଅର୍ଥାତ ଶନିବାର ଦେଶରେ ସୁନା-ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ୧୦ ଗ୍ରାମ ସୁନା ଦର(Gold Rate)ରେ ୧୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ(Gold Price) ୫୨,୨୧୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୨,୨୦୦  ଟଙ୍କା ଥିଲା । ସେହିପରି ଦେଶରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କା ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ଦର ୫୧,୨୧୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୧,୨୦୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-କଂଗ୍ରେସରେ ହିଁ ସୋନିଆ ବନାମ ରାହୁଲ କଳି !


ସେହିପରି ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୬,୯୫୦ ଟଙ୍କା ଥିଲା ।


ଅଧିକ ପଢ଼ନ୍ତୁ:-ଦିନେ ସଚିନ ପାଇଲଟଙ୍କୁ କହିଥିଲେ 'ନିକମ୍ମା', ଏବେ ପ୍ରଶଂସାରେ ପୋତି ପକାଇଲେ ଗେହଲଟ୍


ଅଧିକ ପଢ଼ନ୍ତୁ:-ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ଖୁବ୍ ଶୀଘ୍ର ଏହି ଉପହାର ଦେବାକୁ ଯାଉଛନ୍ତି ମୋଦି ସରକାର


ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର(Bhubaneswar)ରେ ସୁନା ମୂଲ୍ୟ(Gold Rate)ରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୫,୭୭୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୫,୭୬୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୧୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୧୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୧,୧୧୦ ଟଙ୍କା ରହିଥିଲା ।


ଅଧିକ ପଢ଼ନ୍ତୁ:-LIC ଅଛି ତ ହୋଇଯାଆନ୍ତୁ ସାବଧାନ ! ନ ହେଲେ ବୁଡ଼ି ଯାଇପାରେ ଆପଣଙ୍କ ଟଙ୍କା


ଅଧିକ ପଢ଼ନ୍ତୁ:-ଆସୁଛି ଆଉ ଏକ ଲଘୁଚାପ, ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷିବ


ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର(Silver Price)ରେ ବି ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୬୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୫୦ ଟଙ୍କା ଥିଲା ।