ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍
Advertisement

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ସୋମବାର ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୨୦୦ ଟଙ୍କାରେ ପହଞ୍ଚିଛି ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା-ରୁପା ମୂଲ୍ୟ (Gold-Siver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ସୋମବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୦୭୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୬,୦୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୦୭୦ ଟଙ୍କାରେ ପହଞ୍ଚିଛି । ସେହିପରି ରବିବାର ଏହାର ମୂଲ୍ୟ ୪୪,୦୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-LIC ନିୟମରେ ବଡ଼ ପରିବର୍ତ୍ତନ!

ସେପଟେ ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ସୋମବାର ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୨୦ ଟଙ୍କା ରହିଛି । ଯାହା ରବିବାର ୬,୮୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ମହାମାରୀ ମଧ୍ୟରେ ରେଲୱେ ବାତିଲ କଲା ୧୨ଟି ଟ୍ରେନ୍, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୨୭୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୮,୧୭୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୨୫୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୪୪,୧୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଅନିୟନ୍ତ୍ରିତ କୋରୋନା: ଦେଶରେ ପ୍ରଥମ ଥର ପାଇଁ ୨.୭୩ ଲକ୍ଷ ନୂଆ ମାମଲା ଚିହ୍ନଟ, ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୯ ସଂକ୍ରମିତଙ୍କ ମୃତ୍ୟୁ

ସୋମବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ସୋମବାର ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୪୨୦ ଟଙ୍କା ରହିଛି । ଯାହା ଶନିବାର ୭,୩୭୦ ଟଙ୍କା ଥିଲା ।