)
ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ବୈଶ୍ୱିକ ବଜାରରେ ଅସ୍ଥିରତା ଲାଗି ରହିଛି । ଏହାସହ ସୁନା ଓ ରୁପା ପରି ମୂଲ୍ୟବାନ ଧାତୁର ଦରରେ ମଧ୍ୟ ହ୍ରାସ-ବୃଦ୍ଧି ଦେଖାଦେଉଛି । ଫଳରେ ଏହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ସୋମବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୭୪୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୬୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୯୧୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୩,୪୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୧,୨୧୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ଦରରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୮୨୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୩୦୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୪୮୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୭୩୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୭୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୦୫୦ ଟଙ୍କା ରହିଥିଲା ।
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୩,୪୯୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୭୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୧୦ ଟଙ୍କା ଥିଲା ।