ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୧,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୧,୯୦୦ ଟଙ୍କା ଥିଲା ।

ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ସମଗ୍ର ବିଶ୍ୱ ସମେତ ଭାରତରେ କୋରୋନା ସଙ୍କଟ ଜାରି ରହିଛି । ଏହି  ସମୟରେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ବୃଦ୍ଧି ରେକର୍ଡ କରାଯାଉଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଶୁକ୍ରବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୪୮୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୮,୪୦୦ ଟଙ୍କା ଥିଲା । 

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୧,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୧,୯୦୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ହ୍ରାସ ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୨୬୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୨୦୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୪୬୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୨୬୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୯୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୧୮୦ ଟଙ୍କା ରହିଥିଲା । 

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ  ୫୦ ଟଙ୍କା ବଢିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୧,୯୫୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୧,୯୦୦ ଟଙ୍କା ଥିଲା ।