• କଂଗ୍ରେସର ବରିଷ୍ଠ ନେତା ଅହମ୍ମଦ ପଟେଲଙ୍କ ଦେହାନ୍ତ ।
  • ବୁଧବାର ଭୋର ସମୟରେ ଦେହାନ୍ତ ସୂଚନା ।
  • ଟ୍ୱିଟ କରି ପୁଅ ଫୈଜଲ ଦେଲେ ସୂଚନା II
  • ଓଡ଼ିଶାରେ ଦ୍ୱିତୀୟ ଏମସ ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ରାଜ୍ୟ । ସୁନ୍ଦରଗଡ଼ରେ ଦ୍ୱିତୀୟ ଏମସ ପାଇଁ ରାଜ୍ୟର ପ୍ରସ୍ତାବ II
  • କଟକ ସିଡ଼ିଏ ଗାଙ୍ଗୁଲି ବସ୍ତିରେ ଭୟାବହ ଅଗ୍ନିକାଣ୍ଡ ।
  • ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ହାତୀପଲ । ରାତିରେ ପାଚେରୀ ଭାଙ୍ଗି ପ୍ରବେଶ ସୂଚନା II

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ରୁପା ମୂଲ୍ୟରେ ୬୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି(ଶୁକ୍ରବାର) ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କାରେ ରହିଛି । 

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଲଗାତର ତୃତୀୟ ଦିନରେ ସୁନା ଦରରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି ସୁନା ମୂଲ୍ୟରେ ୧୫୦ ଟଙ୍କା ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ରବିବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୧୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୪୯୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୧,୪୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୫୦,୪୯୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୦,୪୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଜାଣନ୍ତୁ ଭାରତକୁ କେବେ ମିଳିବ କୋରୋନା ଭ୍ୟାକ୍ସିନ

ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ରୁପା ମୂଲ୍ୟରେ ୬୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି(ଶୁକ୍ରବାର) ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କାରେ ରହିଛି । 

ଅଧିକ ପଢ଼ନ୍ତୁ:-କେବଳ ଗୋଟିଏ ମାତ୍ର ସୁଯୋଗ, ଆଉ ଏହି ଦେଶକୁ ଦଖଲ କରିନେବ ଚୀନ

ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ଶନିବାର ଭୁବନେଶ୍ୱରରେ ସୁନା ଦରରେ ୨୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୦୭୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୪,୦୬୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୫୮୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-କୃଷି ବିଧେୟକ: ଜାଣନ୍ତୁ କ'ଣ ରହିଛି ପ୍ରାବଧାନ, କାହିଁକି ହେଉଛି ବିରୋଧ ?

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର (Silver Rate) ରେ କୌଣସି ପରିବର୍ତ୍ତନ ଆସିନାହିଁ । ଗତକାଲି ରୁପା ମୂଲ୍ୟରେ ୬୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି(ଶୁକ୍ରବାର) ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କାରେ ରହିଛି ।