ଆଜି ଦେଶରେ ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି ହୋଇଛି । ଆଜି ରୁପା ମୂଲ୍ୟରେ ୩,୦୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୮,୯୫୦ ଟଙ୍କା ଥିଲା ।
Trending Photos
ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କାୟା ବିସ୍ତାର କରି ଚାଲିଛି ମହାମାରୀ କୋରୋନା ଭୂତାଣୁ । ଭାରତରେ ମଧ୍ୟ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ-ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଗୁରୁବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୨୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୭୦୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି ହୋଇଛି । ଆଜି ରୁପା ମୂଲ୍ୟରେ ୩,୦୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୮,୯୫୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୫୦୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୨୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୩୦୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୮୫୦ ଟଙ୍କା ରହିଥିଲା ।
ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୩,୦୫୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୮,୯୫୦ ଟଙ୍କା ଥିଲା ।