ସୁନା-ରୁପା ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍
Advertisement

ସୁନା-ରୁପା ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୧,୦୫୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ସମଗ୍ର ଦୁନିଆ ସମେତ ଭାରତରେ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ-ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଶନିବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୩୦୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୬୦୦ ଟଙ୍କା ଥିଲା । 

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୧,୦୫୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୨୫୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୪୭୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୨୨୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୨୫୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୭୯୦ ଟଙ୍କା ରହିଥିଲା । 

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୫୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୫୦ ଟଙ୍କା ଥିଲା ।