ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha718223

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟରେ ସ୍ୱଳ୍ପ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୧,୨୦୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅସ୍ଥିରତା ଦେଖାଦେଇଛି । ଏହାସହ ସୁନା ଓ ରୁପା ପରି ମୂଲ୍ୟବାନ ଧାତୁର ଦରରେ ମଧ୍ୟ ହ୍ରାସ-ବୃଦ୍ଧି ଦେଖାଦେଉଛି । ଫଳରେ ଏହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ରବିବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୧୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୯୦୦ ଟଙ୍କା ଥିଲା । 

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ସ୍ୱଳ୍ପ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୧,୨୦୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ଦରରେ ସାମାନ୍ୟ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୪୮୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୪୭୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୧୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୦୪୦ ଟଙ୍କା ରହିଥିଲା । 

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୧୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କା ଥିଲା ।

;