Advertisement
Article Detail0/zeeodisha/odisha702955

ସୁନା-ରୁପା ମୂଲ୍ୟରେ ସାମାନ୍ୟ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୧୦୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟ ଦେଇ ଗତି କରୁଛି ସମଗ୍ର ବିଶ୍ୱ । ଏହି ସମୟରେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ରବିବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୩୬୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୮,୩୫୦ ଟଙ୍କା ଥିଲା । 

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୧୦୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ବଢ଼ିଛି । ଆଜି ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୨୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୧୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୧୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୪୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୪୦୦ ଟଙ୍କା ରହିଥିଲା । 

Add Zee News as a Preferred Source

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୧୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୧୧୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୧୦୦ ଟଙ୍କା ଥିଲା । 

About the Author