ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୩୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୧୧୦ ଟଙ୍କା ଥିଲା ।

ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟ ଦେଇ ଗତି କରୁଛି ସମଗ୍ର ବିଶ୍ୱ । ଏହି ସମୟରେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ସୋମବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୬୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୩୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୮,୩୬୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୩୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୧୧୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ବଢ଼ିଛି । ଆଜି ସୁନା ମୂଲ୍ୟରେ ୪୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୬୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୨୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୪୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୪୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୪୧୦ ଟଙ୍କା ରହିଥିଲା । 

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୩୯୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୧୧୦ ଟଙ୍କା ଥିଲା ।