ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୩୦୦ ଟଙ୍କା ହ୍ରାସ ଘଟିଥିବା ବେଳେ ଆଜି ୫୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୬୦,୭୦୦ ଥିଲା ।
Trending Photos
)
ନୂଆଦିଲ୍ଲୀ: ଆଜି ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଆନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୫୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ଶୁକ୍ରବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୩୯୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୨୯୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୯୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୯୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୨୯୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୯୦୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୩୦୦ ଟଙ୍କା ହ୍ରାସ ଘଟିଥିବା ବେଳେ ଆଜି ୫୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୬୦,୭୦୦ ଥିଲା ।
ଅଧିକ ପଢ଼ନ୍ତୁ:-କୋରୋନା ଭୂତାଣୁ ପରେ ଚୀନର ଆଉ ଏକ ରହସ୍ୟମୟୀ ଭାଇରସ ଭାରତ ପାଇଁ ସୃଷ୍ଟି କରିବ ନୂଆ ସଙ୍କଟ !
ସେହିପରି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୯୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୭୬୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୬୪୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୨୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୩୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୨୫୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ ଖବର, ମୋଦି ସରକାର ଜାରି କଲେ ନୂଆ ନିୟମ
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ରୁପା ମୂଲ୍ୟରେ ୩୦୦ ଟଙ୍କା ହ୍ରାସ ଘଟିଥିବା ବେଳେ ଆଜି ୫୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୬୦,୭୦୦ ଥିଲା ।