୭୩ ହଜାର ଟପିଲା ରୁପା ମୂଲ୍ୟ, ରେକର୍ଡ ସ୍ତରରେ ପହଞ୍ଚିଲା ସୁନା ଦର
Advertisement

୭୩ ହଜାର ଟପିଲା ରୁପା ମୂଲ୍ୟ, ରେକର୍ଡ ସ୍ତରରେ ପହଞ୍ଚିଲା ସୁନା ଦର

ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୨,୦୦୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୧,୫୦୦ ଟଙ୍କା ଥିଲା ।

୭୩ ହଜାର ଟପିଲା ରୁପା ମୂଲ୍ୟ, ରେକର୍ଡ ସ୍ତରରେ ପହଞ୍ଚିଲା ସୁନା ଦର

ନୂଆଦିଲ୍ଲୀ: ସମଗ୍ର ବିଶ୍ୱ ସମେତ ଭାରତରେ କୋରୋନା ସଙ୍କଟ ଜାରି ରହିଛି । ଏହି ବୈଶ୍ୱିକ ସଙ୍କଟ ସମୟରେ ଅନ୍ତର୍ଜାତୀୟ ଅର୍ଥ ବ୍ୟବସ୍ଥା ଉପରେ ବହୁତ ଖରାପ ପ୍ରଭାବ ପଡୁଛି । ଫଳରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ-ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଏହା ସହିତ ଆଜି(ଗୁରୁବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟ ରେକର୍ଡ ସ୍ତରକୁ ପହଞ୍ଚିଛି । ଆଜି ଉଭୟ ସୁନା-ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୪୦୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୮୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୪,୪୦୦ ଟଙ୍କା ଥିଲା । 

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୨,୦୦୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୧,୫୦୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ବି ସୁନା ଦରରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୮,୩୨୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୭,୮୨୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୫୦୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୫୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୩,୦୧୦ ଟଙ୍କା ରହିଥିଲା ।

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨,୦୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୫୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୫୦୦ ଟଙ୍କା ଥିଲା ।